କଟକ ଓ ଭୁବନେଶ୍ବରକୁ ବର୍ଷା ସତର୍କତା ଜାରି

କଟକ ଓ ଭୁବନେଶ୍ବରକୁ ବର୍ଷା ସତର୍କତା ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା । ବର୍ଷା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାରି ଭିତରେ ଟ୍ୱିନ୍ ସିଟିକୁ ବର୍ଷା ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଖାସ୍ କରି କଟକ ଓ ଭୁବନେଶ୍ବରକୁ ବର୍ଷା ସତର୍କତା ଜାରି ହୋଇଛି । ବୁଧବାର ପାଇଁ ଲଗାଣ ବର୍ଷା ନେଇ ଆଲର୍ଟ ହୋଇଛି । ଏହାସହ ପାଣି ଜମିବା ଓ ଟ୍ରାଫିକ ସମସ୍ୟା ଉପୁଜିବା ଆଶଙ୍କା ଦୋଇଖାଦେଇଛି ।

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏପରିକି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ, ଚାଷ ଜମିରେ ପାଣି ଜମିବା ସହ ସମ୍ବେଦନଶୀଳ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତେବେ ୩ ତାରିଖରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ ।