ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବା ସମ୍ଭାବନା

ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଛତିଶଗଡ଼ ମୁହାଁ ହେଉଥିବାରୁ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ୨୩ ତାରିଖ ବେଳକୁ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷାର ସମ୍ଭବନା ରହିଛି। ସେହପରି ୨ରୁ ୩ ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହାଦ୍ୱାରା ବର୍ଷାର ପ୍ରକୋପ ବଢ଼଼ିବା ନେଇ ପଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।