ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା
ଆଜି ଭାଦ୍ରବ ମାସର ଅମାବାସ୍ୟା, ଯାହାକୁ ସପ୍ତପୁରୀ ଅମାବାସ୍ୟା ବୋଲି କୁହାଯାଏ । ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତାମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗି ହୋଇଥାଏ । ଆଜି ଠାକୁରଙ୍କ ଅବକାଶ ନିତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା | ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିବା ପରେ ପୂଜାପଣ୍ଡା ସାମନ୍ତ ଷୋଡଶ ଉପଚାରରେ ପୂଜା କରିଥିଲେ |
ଶ୍ରୀମନ୍ଦିରରେ ଶ୍ରୀ ଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ବସ୍ତ୍ରହରଣ ପ୍ରସ୍ତାବ ସହ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିଥିଲେ | ଗତକାଲି ଅଠର ନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା | ଗତକାଲି ସଂଧ୍ୟା ଧୂପ ସରିବା ପରେ ପୂଜାପଣ୍ଡା ସାମନ୍ତ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଏକ ପଟୁଆରରେ ଶ୍ରୀମନ୍ଦିର ବାହାରେ ଥିବା ଦକ୍ଷିଣକାଳୀଙ୍କ ମନ୍ଦିରକୁ ଯାଇଥିଲେ |