ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ : ସାରଦା ପ୍ରସାଦ ନାୟକ

ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ : ସାରଦା ପ୍ରସାଦ ନାୟକ

ଆଜି ହେବ ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ। ଶପଥ ନେବେ ତିନି ନୂଆ ମନ୍ତ୍ରୀ। ବିକ୍ରମ କେଶରୀ ଆରୁଖ, ସାରଦା ନାୟକ ଓ ସୁଦାମ ମାରାଣ୍ଡି ଆଜି ମନ୍ତ୍ରୀ ଭାବେ ଶପଥ ନେବେ। ତେବେ କିଏ କେଉଁ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେବେ ତାହା ଜଣାପଡ଼ିନି। ତିନି ଜଣ ଯାକ କ୍ୟାବିନେଟ ପାହ୍ୟା ପାଇବେ ବୋଲି ସୂଚନା ମିଳିଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ନୂଆ ମନ୍ତ୍ରୀ ମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ।

ଓଡ଼ିଶାବାସୀଙ୍କ ସେବାରସୁଯୋଗ ପାଇବା ସୌଭାଗ୍ୟର ବିଷୟ। ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାରେ ଏକ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ୟ୍ୟନ୍ତ ମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।