ଶପଥ ନେଲେ ସାରଦା ନାୟକ

ଶପଥ ନେଲେ ସାରଦା ନାୟକ

ଭୁବନେଶ୍ୱର:ରାଜ୍ୟ ମନ୍ତ୍ରିମଣ୍ଡଳର ଅଦଳବଦଳ ହୋଇଛି । ଏହି କ୍ରମରେ ପୂର୍ବ ସୂଚୀ ମୁତାବକ  ସୋମବାର ଲୋକସେବା ସମ୍ମିଳନୀ କକ୍ଷରେ  ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ପ୍ରଥମେ କ୍ୟାବିନେଟ ମନ୍ତ୍ରୀଭାବେ ପୂର୍ବତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଓ ପରେ ସୁଦାମ ମାର୍ଣ୍ଡି ଶପଥ ଗ୍ରହଣ କରିଛନ୍ତି । ପରେ ପରେ  କ୍ୟାବିନେଟ ମନ୍ତ୍ରୀଭାବେ ସାରଦା ନାୟକ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ।

ପ୍ରକାଶ ଯେ ସାରଦା ପ୍ରସାଦ ନାୟକ ହେଉଛନ୍ତି ପଶ୍ଚିମ ଓଡ଼ିଶାରେ ଏକ ଜଣାଶୁଣା ଚେହେରା। ଏବେ ସେ ରାଉରକେଲାରୁ ବିଧାୟକ ଅଛନ୍ତି। ୬୪ ବର୍ଷୀୟ ସାରଦା ୨୦୦୪ ମସିହାରେ ବିଜେଡି ଟିକେଟରୁ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୦୯ ଓ ୨୦୧୯ ମସିହାରେ ରାଉରକେଲାରୁ ବିଜେଡି ଟିକେଟରେ ଲଢି ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୨ ପର୍ୟ୍ୟନ୍ତ ମନ୍ତ୍ରୀ ଭାବେ କାର୍ୟ୍ୟ କରିଥିଲେ ସାରଦା ନାୟକ। ସେ ପୂର୍ବରୁ ନଗର ଉନ୍ନୟନ ଓ ଯୋଗାଣ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି।