ସ୍କ୍ରବ୍ ଟାଇଫସ୍: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୦ ପଜିଟିଭ୍ ଚିହ୍ନଟ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ସକାଳେ ୭୪ଟି ରକ୍ତ ନମୁନା ପରୀକ୍ଷା ପାଇଁ ଯାଇଥିଲା । ସେଥିରୁ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ସଂକ୍ରମିତଙ୍କ ସଂଖ୍ୟା ୨୯୨ରେ ପହଞ୍ଚିଛି । ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦ ମୁହାଁ ହୋଇଥିବା ବେଳେ ବର୍ତ୍ତମାନ ପର୍ୟ୍ୟନ୍ତ କେହି ଗୁରୁତର ନଥିବା ଜଣାପଡ଼ିଛି । ଏପରିକି କେହି ଡାକ୍ତରଖାନାରେ ଭର୍ତ୍ତି ହୋଇନାହାଁନ୍ତି ।
ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଏବେ ଚିନ୍ତାର କାରଣ ପାଲଟିଛି । ଏହାକୁ ନିୟନ୍ତ୍ରଣ କରିବା ଲାଗି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି, ହେଲେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି ।




admin 