ସ୍କ୍ରବ ଟାଇଫସ: ସୁନ୍ଦରଗଡ଼ରେ ୧୧ ନୂଆ ଆକ୍ରାନ୍ତ ଚିହ୍ନଟ

ସ୍କ୍ରବ ଟାଇଫସ: ସୁନ୍ଦରଗଡ଼ରେ ୧୧ ନୂଆ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ରେ ୧୧ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୯ ନମୂନ ରୁ ୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ ସୂଚନା ଦେଇଛନ୍ତି।

ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀରଞ୍ଜନ ଶତପଥୀ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି। 

ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୪୪୧ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ ହୋଇଛନ୍ତି।