ବେଶୀ ସମୟ କମ୍ପ୍ୟୁଟର ଆଗରେ ବସିବା ହୋଇପାରେ ବିପଦ

ବେଶୀ ସମୟ କମ୍ପ୍ୟୁଟର ଆଗରେ ବସିବା ହୋଇପାରେ ବିପଦ

ଅଫିସରେ କିମ୍ବା ଯେକୌଣସି କର୍ମକ୍ଷେତ୍ରରେ ଦୀର୍ଘ ସମୟ ଧରି ବସି ରହିବା ଯୋଗୁଁ ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବାର ନଜିର ରହିଛି  ।  ଗୋଟିଏ ସ୍ଥାନରେ କିମ୍ବା କମ୍ପ୍ୟୁଟର ସାମ୍ନାରେ ଦୀର୍ଘ ସମୟ ଧରି ପର୍ୟ୍ୟନ୍ତ ବସି ରହିବା ହାର୍ଟ ପାଇଁ କ୍ଷତିକାରକ ହୋଇଥାଏ  ।  ଏଠି ଯୋଗୁଁ ବିଭିନ୍ନ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇଥାଏ  । ହୃଦ ସମ୍ବନ୍ଧୀୟ, ଡାଇବେଟିସ, ମେଦବହୁଳତା, ଉଚ୍ଚ ରକ୍ତଚାପ, ଓଭାରିଆନ କ୍ୟାନସର, କୋଲୋନ କ୍ୟାନସର ଭଳି ସମସ୍ୟା ସୃଷ୍ଟି ହୋଇଥାଏ  । ଦୀର୍ଘ ସମୟ ବସି ରହିବା ଫଳରେ ଶରୀରର ବିଭିନ୍ନ ଅଙ୍ଗକୁ ରକ୍ତ ସଂଚାଳନ ମଧ୍ୟ ଠିକ ଭାବେ ହୋଇନଥାଏ  ।  ଅଧିକ ସମୟ ବସି ରହିବା ଫଳରେ ଗୋଡର ମାଂସପେଶୀ ଗୁଡିକ ଦୁର୍ବଳ ହେଇଯାଏ  ।  ତଥ୍ୟ ଅନୁଯାୟୀ ଯେଉଁମାନେ ଅଧିକ ସମୟ ବସି ରହନ୍ତି ସେମାନଙ୍କ ମଧ୍ୟରେ ହୃଦଘାତର ସମ୍ଭାବନା ୧୪୭ ପ୍ରତିଶତ ଅଧିକ ଥାଏ  । ତେବେ ଆମେରିକା ଜର୍ଣ୍ଣାଲ ଅଫ ନର୍ସିଙ୍ଗ ତଥ୍ୟ ଅନୁସାରେ ଅଧିକ ସମୟ ବସିରହି କାମ କରୁଥିବା ପୁରୁଷଙ୍କ ମଧ୍ୟରେ କୋଲୋନ କ୍ୟାନସର ହେବାର ସମ୍ଭାବନା ୨୦ ପ୍ରତିଶତ ଅଧିକ  ।