ଆକାଶମାର୍ଗରୁ ବର୍ଷା ଜନିତ କ୍ଷୟକ୍ଷତିର ପରିସ୍ଥିତି ସମୀକ୍ଷା, ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଆକାଶମାର୍ଗରୁ ବର୍ଷା ଜନିତ କ୍ଷୟକ୍ଷତିର ପରିସ୍ଥିତି ସମୀକ୍ଷା, ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରି ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ  ଦେଇଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭାଙ୍ଗି ଯାଇଥିବା ସମସ୍ତ କଚ୍ଚା ଘର ନିମନ୍ତେ ତୁରନ୍ତ ସହାୟତା ପ୍ରଦାନ ଉପରେ ଗୁରୁତ୍ବ ଆରୋପ କରିଛନ୍ତି।  ବିଜୁଳି ସଂଯୋଗୀକରଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ବି ପ୍ରଭାବିତ ବ୍ୟକ୍ତି ଯେପରି ସରକାରୀ ସହାୟତା ପାଇବାରୁ ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ  ଦେଇଛନ୍ତି।