ସ୍କ୍ରବ୍ ଟାଇଫସ୍ ଆତଙ୍କ : ସୁନ୍ଦରଗଡ଼ରେ ୯ ନୂଆ ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆଉ ୯ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ। ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ରେ ୨୩୦ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହଟ ହୋଇଛନ୍ତି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୧୦ଟି ରକ୍ତନମୁନା ପରୀକ୍ଷା ହେବା ପରେ ସେଥିରୁ ୯ ଜଣଙ୍କଠାରେ ସ୍କ୍ରବ୍ ଟାଇଫସ୍ ରୋଗ ଚିହଟ ହୋଇଛି।
ଜିଲ୍ଲାର ସଦର ବ୍ଲକ୍ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଛି। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରାପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ। ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।




admin 