ତ୍ରିପୁରା ରଥଯାତ୍ରା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ତ୍ରିପୁରା ରଥଯାତ୍ରା ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵରତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ଘଟିଛି ବଡ଼ ଦୁର୍ଘଟଣା। ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣ ଲୋକ ପ୍ରାଣ ହରାଇବା ଅନେକ ଲୋକ ଆହତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିବା ସହିତ ଆହତ ବ୍ୟକ୍ତିମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।