ଅଧିକ ସତର୍କ ରହିବାକୁ ପଡ଼ିବ : ସ୍ୱାସ୍ଥ୍ୟମନ୍ତ୍ରୀ

ଅଧିକ ସତର୍କ ରହିବାକୁ ପଡ଼ିବ : ସ୍ୱାସ୍ଥ୍ୟମନ୍ତ୍ରୀ

ଅଧିକ ସତର୍କ ରହିବାକୁ ପଡ଼ିବ  : ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ମହାରାଷ୍ଟ୍ର ସମେତ ଅନ୍ୟ କେତେକ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ବ୍ୟାପିବା ଘଟଣା ସାମ୍‌ନାକୁ ଆସିବା ପରେ ଓଡ଼ିଶା ସରକାର ପୁଣିଥରେ ତତ୍ପର ହୋଇଛନ୍ତି । ରାଜ୍ୟରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ନିୟମ କୋହଳ କରି ଲୋକଙ୍କ ଜୀବନଜୀବିକା ପାଇଁ ବଜାର, ହାଟ ଓ ଶିକ୍ଷାନୁଷ୍ଠାନ ଆଦି ସରକାର ଖୋଲି ଦେଇଥିଲେ । ଏବେ ଆଉଥରେ ସାନି ସଂକ୍ରମଣ ବ୍ୟାପିଲେ ସ୍ଥିତିକୁ ବିଗାଡ଼ି ଦେଇପାରେ । ପରିସ୍ଥିତିର ଗମ୍ଭୀରତାକୁ ଉପଲବ୍ଧ କରି ରାଜ୍ୟ ସରକାର କଟକଣା ଲଗାଇଛନ୍ତି । ତେବେ ଏହାରି ଭିତରେ ଶନିବାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କରୋନା ସ୍ଥିତି ନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ତେବେ ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ । ୫ଟି ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବାକୁ କୁହାଯାଇଛି । ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଛତିଶଗଡ଼, କେରଳ ଓ ପଞ୍ଜାବ ଆଗନ୍ତୁକଙ୍କ ଉପରେ ନଜର ରଖାଯିବ । ସମ୍ପୃକ୍ତ ୫ଟି ରାଜ୍ୟରୁ ଆସୁଥିବା ଲୋକଙ୍କର ସ୍କ୍ରିନିଂ କରାଯିବ । ସମ୍ପୃକ୍ତ ୫ଟି ରାଜ୍ୟରୁ ଆସୁଥିବା ଲୋକଙ୍କୁ ହୋମ ଆଇସୋଲେସନରେ ରଖାଯିବ । ଲକ୍ଷଣ ଥିଲେ ଟେଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି । ପ୍ରକାଶ ଯେ, ରାଜ୍ୟ ସରକାର ୫ଟି ରାଜ୍ୟରୁ ଫେରୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ସରକାର ନିଦେ୍ର୍ଧଶ ଦେଇଛନ୍ତି । ସମସ୍ତ ଜିଲ୍ଲାପାଳ ଓ ପୌରାଞ୍ଚଳ କମିଶନରଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସମ୍ପୃକ୍ତ ରାଜ୍ୟଗୁଡ଼ିକ ହେଲା ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ଼ । ଏହି ସବୁ ହାଇରିସ୍କ ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ୱତନ୍ତ୍ର କଟକଣା ଜାରି କରାଯାଇଛି । ଏହି ୫ ରାଜ୍ୟ ଫେରନ୍ତାଙ୍କ ପାଇଁ ୭ ଦିନିଆ ହୋମ ଆଇସେଲେସନ ବାଧ୍ୟତାମୂଳକ କରାଯାଇଛି । ତେବେ ନେଗେଟିଭ ରିପୋର୍ଟ ଥିଲେ ହୋମ ଆଇସୋଲେସନ ଜରୁରୀ ନୁହେଁ । ଏହାଛଡ଼ା ଟିକାକରଣ ପ୍ରମାଣପତ୍ର ଥିଲେ ହୋମଆଇସୋଲେସନ ଅନାବଶ୍ୟକ ବୋଲି କୁହାଯାଇଛି । ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିଦେ୍ର୍ଧଶ ଥିଲା ।