ଅଶାନ୍ତ ରହିବ ଓଡ଼ିଶା ଉପକୂଳ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ
ଅଶାନ୍ତ ରହିବ ଓଡ଼ିଶା ଉପକୂଳ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି ହୋଇଛି। ଏଥିରେ ଆହୁରି ମଧ୍ୟ କୁହାଯାଇଛି ଯେ ଆଗାମୀ ୧୩ ତାରିଖ ଯାଏଁ ଓଡ଼ିଶା ଉପକୂଳ ଅଶାନ୍ତ ରହିବ। ଏଣୁ, ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଦକ୍ଷିଣ ଛତିଶଗଡ଼ ଉପରେ ଲଘୁଚାପ ଅବପାତର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହା ଭବାନୀପାଟଣାଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛି।
ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ଥିବାରୁ ୧୨ ତାରିଖ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଅନ୍ୟପଟେ, ସେପ୍ଟେମ୍ବର ୧୭/୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ।




admin 