ଆଜି କରୋନା ନେଲା ୩୮ ଜୀବନ
ଆଜି କରୋନା ନେଲା ୩୮ ଜୀବନ
ନୂଆଦିଲ୍ଲୀ: ଦେଶରେ ଉପରମୁହାଁ ରହିଛି କୋରୋନା ସଂକ୍ରମଣ । ଗତ ଦୁଇଦିନ ହେବ ୧୮ ହଜାର ଉପରେ ରହୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ୍ ୧୮, ୮୧୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ୩୮ ଜଣଙ୍କ ଜୀବନ ନେଇଛି ମହାମାରୀ ।
ଏଯାବତ ଦେଶରେ ୫ ଲକ୍ଷ୨୫ ହଜାର ୩୪୩ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଲକ୍ଷେ ହୋଇଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୨୨,୩୩୫କୁ ବୃଦ୍ଧି ପାଇଛି । ଦେଶର ଦୈନିକ ପଜିଟିଭ ରେଟ୍ ୪.୯୬%ରେ ପହଞ୍ଚିଛି । ଏଯାବତ୍ ୪ କୋଟି ୨୯ ଲକ୍ଷ ୩୭ହଜାର ୮୭୬ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି । ଦେଶବ୍ୟାପୀ ସମୁଦାୟ ୧୯୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି ।




admin 