ଆଜି ଦେଶରେ ୧୪୫ ନୂଆ କୋଭିଡ୍ ଆକ୍ରାନ୍ତ
ଆଜି ଦେଶରେ ୧୪୫ ନୂଆ କୋଭିଡ୍ ଆକ୍ରାନ୍ତ
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୪୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୧,୬୪୦ରେ ପହଞ୍ଚିଛି।ଗତ ୨୪ କୋଭିଡ୍-୧୯ଜନିତ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୨୮ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୮,୯୭୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୬ ଥିବା ରେକର୍ଡ କରାଯାଇଛି।




admin 