ଆଜି ଦେଶରେ ୯୯ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ
ଆଜି ଦେଶରେ ୯୯ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୯୯ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ୧,୮୪୨ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୫୩୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୩୯ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୯,୯୪୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।




admin 