ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୬୯ ତମ ଜନ୍ମଦିନ। ଏହି ଅବସରରେ ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ବିଜେପି ପକ୍ଷରୁ ଦେଶବ୍ୟାପୀ ‘ସେବା ସପ୍ତାହ’ ଭାବେ ପାଳନ କରାଯାଉଛି। ରାଜ୍ୟ ବିଜେପି ପକ୍ଷରୁ ଓଡ଼ିଶାରେ ମଧ୍ୟ ସେବା ସପ୍ତାହ ପାଳିତ ହେଉଛି।। ଜନ୍ମଦିନରେ ମୋଦି ଗୁଜରାଟ ନର୍ମଦା ଜିଲାର ସର୍ଦ୍ଦାର ସରୋବର ଡ୍ୟାମ୍‌ ନିକଟରେ ଇକୋ ଟୁରିଜିମ୍‌ ପାର୍କରେ ପହଞ୍ଚିଛନ୍ତି। ମୋଦି ୧୯୫୦ ସେପ୍ଟେମ୍ବର ୧୭ରେ ଭାଡନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ନାମ ନରେନ୍ଦ୍ର ଦାମୋଦର ମୋଦି ଥିଲା। ୧୯୬୮ରେ ସେ ଯଶୋଦାବେନ୍‌ ନରେନ୍ଦ୍ରଭାଇ ମୋଦିଙ୍କୁ ବିବାହ କରିଥିଲେ। ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ ପରେ ୧୯୮୩ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ଡିଗ୍ରୀ ହାସଲ କରିଥିଲେ।