ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ଧିରେ ଧିରେ ବଢ଼ିବାକୁ ଲାଗିଛି । ଏହି ସମୟରେ ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଗକୁ ଏହା ଅବପାତ ରୂପ ନେବ । ମଙ୍ଗଳବାର ଠାରୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆଜି ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ।
ଲଘୁଚାପ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ଘନୀଭୂତ ହୋଇ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ । ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।