ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ, ୧୭ ଜଣଙ୍କୁ ଉଠାଇ ନେଲା ପୁଲିସ

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ, ୧୭ ଜଣଙ୍କୁ ଉଠାଇ ନେଲା ପୁଲିସ

ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ, ୧୭ ଜଣଙ୍କୁ ଉଠାଇ  ନେଲା ପୁଲିସ

ବରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ବରଗଡ଼ ଗସ୍ତ କାର୍ୟ୍ୟକ୍ରମ ରହିଛି। ବରଗଡ଼ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରାଯିବ।  ହେଲେ ମମିତାଙ୍କୁ ନ୍ୟାୟ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଜୋରଦାର ବିରୋଧ କରାଯିବ ବୋଲି ଚେତାବନୀ ଦେଇଛନ୍ତି କଂଗ୍ରେସ ଓ ବିଜେପି। ଏହାକୁ ଆଖି ଆଗରେ ରଖି ପୁଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ବିଜେପି କୃଷକ ମୋର୍ଚ୍ଚା ସଭାପତିଙ୍କ ସମେତ ୧୨ କର୍ମୀ ଓ ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ୫ ଜଣ କର୍ମୀଙ୍କୁ ଉଠାଇ ନେଇଛି ପୁଲିସ୍।

ସୂଚନାଯୋଗ୍ୟ. ଆଜି ବରଗଡ଼ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର ଶୁଭାରମ୍ଭ କରିବେ । ଏହି ଅବସରରେ ବରଗଡ଼ ଜିଲ୍ଲାର ୧୨ଟି ବ୍ଲକରେ ୩ ଲକ୍ଷ ୬୩ ହଜାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ବଣ୍ଟାଯିବ । ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବା ପରେ ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ଏହାକୁ ବଣ୍ଟନ କରାଯିବ । ଏହାସହ ହାଇସ୍କୁଲଗୁଡିକର ଉନ୍ନତୀକରଣ ନେଇ ଭିଡିଓ ପ୍ରଦର୍ଶିତ ହେବ । ବିଜେପୁର ସାଧାରଣ ସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ।

ସକାଳ ୧୦ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ବରଗଡ଼ ଅଭିମୁଖେ ହେଲିକପ୍ଟରରେ ବାହାରିବେ । ୧୧ଟା ୧୫ ମିନିଟରେ ଯାଇ ବରଗଡ଼ ଜିଲ୍ଲାର ସତୀଭଟା ଏୟାରଷ୍ଟ୍ରିପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ପହଞ୍ଚିବ ।  ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ କାର୍ୟ୍ୟକ୍ରମକୁ ଜୋରଦାର ପ୍ରତିବାଦ କରିବେ ବିରୋଧି ।  ବିଜେପି ଓ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ନେଇ ଚେତାବନୀ ପରେ ଏନେଇ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ଛକରେ ଯାଞ୍ଚ ହେଉଛି । ଗତ ରାତିରେ ବିଜେପି କୃଷକ ମୋର୍ଚ୍ଚା ସଭାପତିଙ୍କ ସମେତ ୧୨ କର୍ମୀ, ଜିଲ୍ଲା କଂଗ୍ରେସ ସଭାପତିଙ୍କ ସମେତ ୫ ଜଣ କର୍ମୀଙ୍କୁ ଉଠାଇନେଇଛି ପୁଲିସ୍ ।  ବରଗଡ଼ରେ ୧୮ ପ୍ଲାଟୁନ ଫୋର୍ସ ମୁତୟନ ସହ ଆଇନଶୃଙ୍ଖଳା ରକ୍ଷା ପାଇଁ ଉଚ୍ଚପଦସ୍ତ ପୋଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି ।