ଆଜି ରାଜ୍ୟରେ ୨୧୪ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ ୨୧୪ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ  ୨୧୪ କୋଭିଡ୍ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ଵର: ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ  ୨୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୬ ଜଣ, କଟକରୁ ୨୮ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ, କଳାହାଣ୍ଡିରୁ ୧୧ ଜଣ, ବଲାଙ୍ଗୀରରୁ ୧୦ ଜଣ, ସମ୍ବଲପୁରରୁ ୯ ଜଣ, ନୂଆପଡ଼ାରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ଢ଼େଙ୍କାନାଳ, ଜଗତସିଂହପୁର ଓ ସୋନପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ନୟାଗଡ଼ରୁ ୫ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୁଲରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୦୪୫୦ଜଣ ସୁସ୍ଥ ହୋଇଛନ୍ତି ।