ଆଜି ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ଵର : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ  ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣ, ଖୋର୍ଦ୍ଧାରୁ ୮ ଜଣ, କଟକରୁ ୫ ଜଣ, ସମ୍ବଲପୁର ୪ ଜଣ, ଦେବଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, ବଲାଙ୍ଗୀର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତିି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୬୫୪ ଜଣ ସୁସ୍ଥ ହୋଇଛନ୍ତି।