ଆଜି ରାଜ୍ୟରେ ୩୨୦ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୩୨୦ କୋଭିଡ୍ ପଜିଟିଭ ଚିହ୍ନଟ

ଆଜି ରାଜ୍ୟରେ ୩୨୦ କୋଭିଡ୍ ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୭୭୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୨୯୦୧ ଜଣ ସୁସ୍ଥ ହୋଇଛନ୍ତି ।