ଆଜିଠୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ

ଆଜିଠୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ

ଆଜିଠୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ
ରାଜନଗର : ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି । ମେ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି । ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ । କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ଡା ଦେଇଥାନ୍ତି । ଏହି ସମୟରେ ମା’ କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ ।