ଆଜିଠୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟୁ୍ୟବରେ ପାଠପଢ଼ା

ଆଜିଠୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟୁ୍ୟବରେ ପାଠପଢ଼ା

ଆଜିଠୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟୁ୍ୟବରେ ପାଠପଢ଼ା

ଭୁବନେଶ୍ୱର : କରୋନାର ଦ୍ୱିତୀୟ ଲହର ଯୋଗୁଁ ୨୦୨୧-୨୨ ଶିକ୍ଷାବର୍ଷର ପାଠପଢ଼ା ବ୍ୟାହତ ହୋଇଛି । ଶିକ୍ଷାବର୍ଷର ୩ ମାସ ଗଡ଼ି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଗୋଟିଏ ବି ଶ୍ରେଣୀର କ୍ଲାସରୁମ ଶିକ୍ଷାଦାନ ହୋଇପାରି ନାହିଁ । ତାହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟୁ୍ୟବରେ ଶିକ୍ଷାଦାନ ଲାଗି ଗଣଶିକ୍ଷା ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି । କେଉଁ ଦିନ କେଉଁ ବିଷୟର ପାଠପଢ଼ା ହେବ, ସେନେଇ ରୁଟିନ ପ୍ରକାଶ କରାଯାଇଛି । ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଜୁନ ୨୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୧୦ଟା ୪୫ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଦିନକୁ ୪ଟି ପିରିୟଡ ହେବ । ସେହିପରି ସୋମବାରଠାରୁ ଜୁଲାଇ ୭ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ମଧ୍ୟ ୟୁଟୁ୍ୟବରେ ହେବ । ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ୯ଟାରୁ ୧୦ଟା ପର୍ଯ୍ୟନ୍ତ ଏବଂ ୪ର୍ଥରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଲାଗି ସକାଳ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ଚାଲିବ । ୟୁଟୁ୍ୟବରେ ଯେଉଁ ବିଷୟ ପଢ଼ାଯିବ, ବିଦ୍ୟାଳୟର ସମ୍ପୃକ୍ତ ବିଷୟର ଶିକ୍ଷକ ତାହାକୁ ଦେଖିବେ ଏବଂ ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହୁଥିବା ଦ୍ୱନ୍ଦ୍ୱକୁ ଚାଟ ଓ ଭଏସ କଲ ମାଧ୍ୟମରେ ଦୂର କରିବେ ।