ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି
ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସ୍କୁଲ ଛୁଟି
admin
Oct 24, 2019 - 12:17
Updated: Oct 24, 2019 - 12:17
ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଗତକାଲି ଠାରୁ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଜାରି ରହିଛି। ତେଣୁ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ୨୪ ଓ ୨୫ ତାରିଖ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ । ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି ଦିଆଯାଇଥିବା ବେଳେ ୨୫ ତାରିଖ ମଧ୍ୟ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ଏନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଓ ଏମରଜେନ୍ସିଂ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ, ଖୋର୍ଦ୍ଧା ଓ ଭୁବନେଶ୍ୱର ଉପଜିଲାପାଳଙ୍କୁ ଅବଗତ କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।