ଓଡ଼ିଶା ଦିବସରେ ନବୀନଙ୍କ ବଡ଼ ଘୋଷଣା

ଓଡ଼ିଶା ଦିବସରେ ନବୀନଙ୍କ ବଡ଼ ଘୋଷଣା

ଓଡ଼ିଶା ଦିବସରେ ନବୀନଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ଆଉ ୬ ମାସ ବଢ଼ିଲା ଅତିରିକ୍ତ ଚାଉଳ ବଣ୍ଟନ । ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମାସକୁ ୫ କେଜି ମାଗଣା ଚାଉଳ ମିଳିବ । ଆସନ୍ତା ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ଚାଉଳ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ରାଜ୍ୟର ୮ ଲକ୍ଷ ୯ ହଜାର ହିତାଧିକାରୀ ଉପକୃତ । ଏଥିପାଇଁ ଷ୍ଟେଟପୁଲରୁ ୨୪ ହଜାର ୨୭୦ ଟନ୍ ଚାଉଳ ଯୋଗାଇ ଦିଆଯିବ । ଏଥିପାଇଁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ  ।

କେନ୍ଦ୍ର ଖାଦ୍ୟ ସୁରକ୍ଷା ଯୋଜନାରେ ଅନେକ ହିତାଧିକାରୀ ବାଦ ପଡ଼ିଯିବାରୁ ରାଜ୍ୟ ସରକାର ନିଜସ୍ୱ ଖାଦ୍ୟ ସୁରକ୍ଷା ଯୋଜନା ଆରମ୍ଭ କରିଥିଲେ  । ଫଳରେ କେନ୍ଦ୍ର ସରକାର ଏଥିପାଇଁ ଯେତିକି ସାମଗ୍ରୀ ଯୋଗାଣ କରୁଛନ୍ତି ରାଜ୍ୟ ସରକାରଙ୍କୁ ଅତିରିକ୍ତ ଭାବେ ସହାୟତା ଦେବାକୁ ପଡ଼ୁଛି  । ଆଉ ୬ ମାସ ମାଗଣା ଚାଉଳ ଦେବା ପାଇଁ ୨୪୨୭୦ ଟନ ଚାଉଳର ଆବଶ୍ୟକତା ପଡ଼ିବ  । ଏଥିପାଇଁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ ହେବବୋଲି ଆକଳନ କରାଯାଇଛି  । ତେବେ କେନ୍ଦ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ଯେତିକି ସହାୟତା ପାଇଛନ୍ତି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ମଧ୍ୟ ସେତିକି ସହାୟତା ଦେବା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି  ।