ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ।

ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ।

ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ।
ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ଔଷଧ ହସ୍ପିଟାଲର ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ । ଅନ୍ୟପକ୍ଷରେ କରୋନା ମୁକାବିଲା ପାଇଁ ଜୁଲାଇ ୧ରୁ ସେରୋଲୋଜିକାଲ ସର୍ଭେ ଆରମ୍ଭ ହେବ । ଭୁବନେଶ୍ୱର ସହର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସର୍ଭେ ହେବ । କଟକଟ ଜିଲ୍ଲା ବଡ଼ମ୍ବା-ନରସିଂହପୁରରେ ମଧ୍ୟ ସର୍ଭେ କରାଯିବ । ପୁରୀରେ ଗତ ଶନିବାର ଠାରୁ ସର୍ଭେ ଆରମ୍ଭ ହୋଇଯାଇଥିବା ସ୍ୱାସ୍ଥ୍ୟ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି ।