ଓଡିଶାରେ ଅମିତ ଶାହା ।
ଓଡିଶାରେ ଅମିତ ଶାହା ।
admin
Feb 28, 2020 - 05:52
Updated: Feb 28, 2020 - 05:52
ଓଡିଶାରେ ପହଞ୍ଚିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଅମିତ୍ ଭୁବନେଶ୍ୱରରେ ହେଉଥିବା ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଯୋଗ ଦେବେ । ଶାହାଙ୍କ ଅଧ୍ୟକ୍ଷତାରେ ରାଜଧାନୀର ଲୋକସେବା ଭବନ ସମ୍ମିଳନୀ କକ୍ଷରେ ପୂର୍ବାଞ୍ଚଳ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏହି ବୈଠକ ବସିବ ।
ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ଅର୍ଥମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବୈଠକରେ ନକ୍ସଲବାଦ, କୋଇଲା ରୟାଲଟି, ବିଭିନ୍ନ ରେଳ ପ୍ରକଳ୍ପ, ଟେଲିକମ ଓ ଇଂଟରନେଟ୍ କନେକଟିଭିଟି, ଆଧାର ଡାଟାର ବ୍ୟବହାର ଓ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗରେ ଆଲୋଚନା ହେବ । ଦୀର୍ଘ ୨୯ ବର୍ଷ ପରେ ଓଡିଶାରେ ପୂର୍ବାଂଚଳ ଜୋନାଲ କାଉନସିଲ ବୈଠକ ବସୁଛି । ବିହାର, ଝାଡ଼ଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ନେଇ ଗଠିତ ପୂର୍ବାଞ୍ଚଳ ପରିଷଦର ୨୪ତମ ବୈଠକ ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଲୋକସେବା ଭବନର ସମ୍ମେଳନ କକ୍ଷରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ବସି ଆଲୋଚନା କରିବେ। ଏହି ପରିଷଦରେ ନବୀନ ଉପାଧ୍ୟକ୍ଷ ଅଛନ୍ତି। ମମତା ୨୫ ତାରିଖରୁ ଓଡ଼ିଶା ଗସ୍ତରେ ଅଛନ୍ତି।
ପରିଷଦରେ ଏସବୁ ରାଜ୍ୟର ବରିଷ୍ଠ କ୍ୟାବିନେଟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଉଛନ୍ତି। ସେହିଭଳି କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ମଧ୍ୟ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିବେ। ସେହିପରି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ୱାସ ମଧ୍ୟ ଓଡ଼ିଶା ଆସିଛନ୍ତି।