ଓଡ଼ିଶା ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ବୃଦ୍ଧି

ଓଡ଼ିଶା ବିଧାୟକଙ୍କ ସ୍ୱାସ୍ଥ୍ୟବୀମା ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ସଦସ୍ୟ/ସଦସ୍ୟା ଏବଂ ପୂର୍ବତନ ସଦସ୍ୟ/ସଦସ୍ୟାମାନଙ୍କ ନିମନ୍ତେ ସରକାରଙ୍କ ତରଫରୁ ୨୦୧୨-୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନି ମାଧ୍ୟମରେ ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛିା ଚଳିତ ଆର୍ଥିକ ବର୍ଷ ପାଇଁ ମଧ୍ୟ ପ୍ରତ୍ୟେକ ସଦସ୍ୟ/ସଦସ୍ୟା ଏବଂ ପୂର୍ବତନସଦସ୍ୟ/ସଦସ୍ୟା ଏବଂ ସେମାନଙ୍କର ପତି/ପତ୍ନୀଙ୍କ ନିମନ୍ତେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟବୀମା ସୁବିଧା ଦିଆଯାଉଥିଲାା

ସ୍ୱାସ୍ଥ୍ୟସେବାର ବ୍ୟୟବୃଦ୍ଧି ଦୃଷ୍ଟିରୁ ବିଧାୟକ ଏବଂ ପୂର୍ବତନ ବିଧାୟକମାନେ ଏହି ସ୍ୱାସ୍ଥ୍ୟବୀମା ରାଶିର ପରିମାଣ ବୃଦ୍ଧି କରିବା ନିମନ୍ତେ ବାରମ୍ବାର ଦାବି କରିଆସୁଥିଲୋ ତଦନୁଯାୟୀ ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ଉକ୍ତ ସ୍ୱାସ୍ଥ୍ୟବୀମା ରାଶିକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ବିଚାର ନିମନ୍ତେ ଉପସ୍ଥାପନ କରାଯାଇଥିଲାା ଉକ୍ତ ପ୍ରସ୍ତାବକୁ ବିଚାର କରି ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଏହି ବୃଦ୍ଧି ପ୍ରସ୍ତାବ ଉପରେ ସହମତି ପ୍ରଦାନ କରିଥିଲୋ ଅର୍ଥ ବିଭାଗର ଉକ୍ତ ସହମତି କ୍ରମେ ପ୍ରତ୍ୟେକଙ୍କୁ ଏକ ବର୍ଷ ଅବଧି ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ନବୀକରଣ ପ୍ରସ୍ତାବକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନୁମୋଦନ କରିଛନ୍ତିା