କରୋନା ନେଲା ୧୦ ଜୀବନ

କରୋନା ନେଲା ୧୦ ଜୀବନ

କରୋନା ନେଲା ୧୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଗୋଟିଏ ପଟେ କରୋନାର ଦୈନିକ ସଂକ୍ରମଣ ହାର କମିବାରେ ଲାଗିଛି, ଅନ୍ୟପଟେ କରୋନା ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୪୨୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୦ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । 

ଅଡିଟ୍ ପ୍ରୋସେସରେ ଆଉ ୧୦ଜଣଙ୍କ ମୃତୁ୍ୟ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬ଜଣ ରହିଛନ୍ତି । ସେହିପରି ବାଲେଶ୍ୱରରୁ ୨ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ଘଟିଛି । 

ଏହସହିତ ଖୋର୍ଦ୍ଧା ଓ କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରନ୍ତଙ୍କ ମୃତୁ୍ୟ ଘଟିଥିବା ସୂଚନା ମିଳିଛି । ଏହାକୁ ମିଶଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୯ହଜାର ୦୩୬କୁ ବୃଦ୍ଧି ପାଇଛି । 

ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୧ହଜାର ୯୫ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥକଙ୍କ ସଂଖ୍ୟା ୧୨ଲକ୍ଷ ୬୯ହଜାର ୨୫୩ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ରହିଛି ୪ହଜାର ୯୫୫ ।