କରୋନା ଅପଡେଟ : ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ

କରୋନା ଅପଡେଟ : ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ

କରୋନା ଅପଡେଟ : ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାର ୯୮୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୯୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୨୯୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୭୭ ହଜାର ୨୦୩ରେ ପହଞ୍ଚିଛି । ୩୯୧ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୫୭୩ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୧୦୯ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୯୦୧ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୬୫୧୯ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୨୯ରେ ପହଞ୍ଚିଛି । ଏହା ସହିତ ୪ ମାସ ମଧ୍ୟରେ ପ୍ରଥମ ଥର ପାଇଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷରୁ କମ ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୪୭୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୭୫୭ ଏବଂ ପଶ୍ଚିମବଙ୍ଗରୁ ୩୧୪୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ସର୍ବାଧିକ ୬୯ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୬ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଏବଂ ୪୯ ମୃତ୍ୟୁ ସହିତ ମହାରାଷ୍ଟ୍ର ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି । ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୭୦ ଲକ୍ଷ ୬୦ ହଜାର ୭୬୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୩୧ ଲକ୍ଷ ୧ ହଜାର ୧୧୫ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୪ ଲକ୍ଷ ୨୩ ହଜାର ୭୬୩ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୩୫ ହଜାର ୮୮୩ରେ ପହଞ୍ଚିଛି ।