କରୋନା ଅପଡେଟ : ୩୦ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା
କରୋନା ଅପଡେଟ : ୩୦ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା
admin
Dec 8, 2020 - 04:58
Updated: Dec 8, 2020 - 04:58
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୫୬୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୮୫ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୨୬୫୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩ ହଜାର ୭୭୦ରେ ପହଞ୍ଚିଛି । ୩୮୫ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୯୫୮ରେ ପହଞ୍ଚିଛି ।
ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୪୫ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୧ ଲକ୍ଷ ୭୮ ହଜାର ୯୪୬ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୨୮୬୩ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୩ ହଜାର ୮୬୬ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୩୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୩୦୭୫ ଏବଂ ପଶ୍ଚିମବଙ୍ଗରୁ ୨୨୧୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ସର୍ବାଧିକ ୬୩ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୮ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଏବଂ ୪୦ ମୃତ୍ୟୁ ସହିତ ମହାରାଷ୍ଟ୍ର ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି ।
ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୭୫ ଲକ୍ଷ ୭୬ ହଜାର ୧୯୨ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୩୪ ଲକ୍ଷ ୭୭ ହଜାର ୧୫୪ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ ୫୫ ହଜାର ୩୭୩ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୪୩ ହଜାର ୬୬୫ରେ ପହଞ୍ଚିଛି । ମୃତ୍ୟୁ ସଂଖ୍ୟାରେ ଆମେରିକା ଏବଂ ବ୍ରାଜିଲ ପ୍ରଥମ ଦୁଇ ସ୍ଥାନରେ ରହିଛନ୍ତି ।