କରୋନା ଅପଡେଟ୍ : ୨୪ ଘଣ୍ଟାରେ ୩୭ ହଜାର ଆକ୍ରାନ୍ତ, ୪୮୦ ମୃତ

କରୋନା ଅପଡେଟ୍ : ୨୪ ଘଣ୍ଟାରେ ୩୭ ହଜାର ଆକ୍ରାନ୍ତ, ୪୮୦ ମୃତ

କରୋନା ଅପଡେଟ୍ : ୨୪ ଘଣ୍ଟାରେ ୩୭ ହଜାର ଆକ୍ରାନ୍ତ, ୪୮୦ ମୃତ
ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୦ ଜଣଙ୍କର ମୃତ୍ୟୁ ଘଟିଛି । ୩୭ ହଜାର ୯୭୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୧ ଲକ୍ଷ ୭୭ ହଜାର ୮୪୦ରେ ପହଞ୍ଚିଥିବା ବେଳେ ୪୮୦ ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୨୧୮ରେ ପହଞ୍ଚିଛି । ଏହି ସମୟ ମଧ୍ୟରେ ୪୨ ହଜାର ୩୧୪ ଜଣ ସୁସ୍ଥ ହୋଇଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ୮୬ ଲକ୍ଷ ୪ ହଜାର ୩୫୫ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୪୮୧୯ ହ୍ରାସ ଘଟି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୮ ହଜାର ୬୬୭ରେ ପହଞ୍ଚିଛି । ସମଗ୍ର ଦେଶରେ ୪୮୦ ମୃତୁ ହୋଇଥିବା ବେଳେ ଏଥିରୁ ୧୨୧ କେବଳ ଦିଲ୍ଳୀରେ ହୋଇଛି । ଦିଲ୍ଲୀରେ ବିଗତ ଏକ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୪୪୫୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୧ ଜଣଙ୍କର ମୃତ୍ୟୁ ଘଟିଛ । ତେବେ ଦିନକୁ ଦିନ ବଢୁଥିବା ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ଦିଲ୍ଲୀବାସୀଙ୍କ ଚିନ୍ତା ବଢାଇଛି । ଏହି ସମୟ ମଧ୍ୟରେ ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ କୋଟି ୯୧ ଲକ୍ଷ ୬୧ ହଜାର ୯୯୧ରେ ପହଞ୍ଚିଛି । ୧୩ ଲକ୍ଷ ୯୫ ହଜାର ୯୯୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ କୋଟି ୭୮ ଲକ୍ଷ ୯୦ ହଜାର ୮୫୬ ଜଣ ସୁସ୍ଥ ହୋଇଛନ୍ତି । ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୯୮ ଲକ୍ଷ ୭୫ ହଜାର ୧୩୬ ରହିଛି ।