କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୪୫ ଜଣଙ୍କ ମୁଣ୍ଡ ନେଲା କରୋନା
କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୪୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କମୁନି କରୋନା ମୃତ୍ୟୁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ନୟାଗଡ଼ ଓ ପୁରୀ ଜିଲ୍ଲାରେ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ କେନ୍ଦୁଝରରେ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ସମ୍ବଲପୁର ଓ କଟକ ଜିଲ୍ଲାରେ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭୮ଜଣ, ବାଲେଶ୍ୱରରୁ ୨୪୬ଜଣ, ବରଗଡ଼ରୁ ୪୬ ଜଣ, ଭଦ୍ରକରୁ ୧୪୫ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୩୫ଜଣ, କଟକରୁ ୪୬୨ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯୫ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୨୨ ଜଣ, ଜଗତସିଂହପୁରରୁ ୬୦ ଜଣ, ଯାଜପୁରରୁ ୨୦୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୭ ଜଣ, କନ୍ଧମାଳରୁ ୨୮ ଜଣ, କେନ୍ଦ୍ରାପଡ଼ାରୁ ୭୦ଜଣ, କେଉଁଝରରୁ ୭୨ଜଣ, ଖୋର୍ଦ୍ଧାରୁ ୫୮୪ ଜଣ, କୋରାପୁଟରୁ ୭୭ଜଣ, ମାଲକାନଗିରିରୁ ୮୪ଜଣ, ମୟୁରଭଞ୍ଜରୁ ୧୫୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୧୦ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୧୮୯ଜଣ, ରାୟଗଡ଼ାରୁ ୨୧ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟ ପୁଲରୁ ୯୭ଜଣକରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୧୨,୮୮୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୭୭,୫୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧, ୨୩୧ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।