କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୪୬ ଜଣଙ୍କ ମୁଣ୍ଡ ନେଲା କରୋନା
କରୋନା ଦ୍ୱିତୀୟ ଢେଉ : ଆଜି ରାଜ୍ୟରୁ ୪୬ ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ନୟାଗଡ଼, ପୁରୀ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସମ୍ବଲପୁର ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବରଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୂରଭଞ୍ଜ, ସୋନପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୧ଜଣ, ବାଲେଶ୍ୱରରୁ ୨୦୮ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୪୧ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୬୧୯ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୪୧ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୨୪ ଜଣ, ଜଗତସିଂହପୁରରୁ ୨୧୨ ଜଣ, ଯାଜପୁରରୁ ୧୯୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୨୫ ଜଣ, କନ୍ଧମାଳରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୧୭୯ଜଣ, କେଉଁଝରରୁ୬୪, ଖୋର୍ଦ୍ଧାରୁ ୪୨୨ ଜଣ, କୋରାପୁଟରୁ ୫୩ଜଣ, ମାଲକାନଗିରିରୁ ୬୬ଜଣ, ମୟୁରଭଞ୍ଜରୁ ୧୯୫ଜଣ, ନବରଙ୍ଗପୁରରୁ ୨୩ ଜଣ, ନୟାଗଡ଼ରୁ ୧୧୪ଜଣ, ନୂଆପଡ଼ାରୁ ୧୬ଜଣ, ପୁରୀରୁ ୧୮୮ଜଣ, ରାୟଗଡ଼ାରୁ ୬୧ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟ ପୁଲରୁ ୬୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।




admin 