କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ  ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଚାଲିଛି । ପୁଣି ରାଜ୍ୟରେ ୮୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୫୧୮ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୩୬୧ ଜଣ ଆକ୍ରାନ୍ତ ହୋଇଛନ୍ତି । ରାଜ୍ୟରେ ଏଯାବତ ମୋଟ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୫ ହଜାର ୫୨୬ ହୋଇଥିବାବେଳେ ୩ ଲକ୍ଷ ୩୮ ହଜାର ୬୬୨ ଜଣ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ଏବେ ୪୮୮୮ ଜଣ ଚିକିତ୍ସିତ ହେଉଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗର ସୂଚନା ଅନୁଯାୟୀ, ଅନୁଗୁଳରେ ୨୦, ବାଲେଶ୍ୱରରେ ୨୨, ବରଗଡ଼ରେ ୫୩, ଭଦ୍ରକରେ ୧୭, ବଲାଙ୍ଗୀରରେ ୨୬, ବୌଦ୍ଧରେ ୧, କଟକରେ ୫୦, ଦେବଗଡ଼ରେ ୧, ଗଜପତିରେ ୧, ଗଞ୍ଜାମରେ ୩୧, ଜଗତସିଂହପୁରରେ ୨, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୪୩, କନ୍ଧମାଳରେ ୫, କେନ୍ଦ୍ରାପଡ଼ାରେ ୯, କେନ୍ଦୁଝରରେ ୨୫, ଖୋର୍ଦ୍ଧାରେ ୧୪୪, କୋରାପୁଟରେ ୫, ମୟୂରଭଞ୍ଜରେ ୨୯, ନବରଙ୍ଗପୁରରେ ୧୯, ନୟାଗଡ଼ରେ ୬, ନୂଆପଡ଼ାରେ ୬୧, ପୁରୀରେ ୪୫, ରାୟଗଡ଼ାରେ ୧୩, ସମ୍ବଲପୁରରେ ୪୮, ସୋନପୁରରେ ୨, ସୁନ୍ଦରଗଡ଼ରେ ୧୩୧ ଓ ରାଜ୍ୟପୁଲରେ ୩୨ ଜଣ ଚିହ୍ନଟ ହୋଇଛନ୍ତି ।