କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଉ ୩୪୦୮ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଉ ୩୪୦୮ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଉ ୩୪୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବର୍ତ୍ତମାନ ଦୋଛକିରେ ପହଞ୍ଚିଛି । ଗୋଟିଏ ଦିନ ସଂକ୍ରମଣ ହ୍ରାସ ପାଇବା ପରେ ପୁଣି ସଂକ୍ରମଣ ବଢ଼ୁଥିବାର ଦେଖାଯାଉଛି । କିଛି ଜିଲ୍ଲାରେ ଏବେ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି । ଆଗକୁ ତୃତୀୟ ଲହର ଆସିବାକୁ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି । ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚର୍ଚ୍ଚା ଜାରି ରହିଛି । ଏହା ମଧ୍ୟରେ ଆଜି ପୁଣି ୩୪୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୪୩ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬୫ ଜଣ ଚିହ୍ନଟ ହୋଇଛନ୍ତି ।  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୬୩ ହଜାର ୮୨୪ ରହିଥିବା ବେଳେ ୩୨ ହଜାର ୭୦୬ ଜଣ ଚିକିତ୍ସିତ ହେଉଛନ୍ତି । 

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୧ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୬୯ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୫୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୦ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୭୬ ଜଣ, ମାଲକାନଗିରିରୁ ୭୩ ଜଣ, ମୟୁରଭଞ୍ଜରୁ ୧୫୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୬୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧୫ ଜଣ, ରାୟଗଡ଼ାରୁ ୭୭ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟ ପୁଲରୁ ୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।