କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୬୪୮ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୬୪୮ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୬୪୮ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିଛି । ଗତ ଏପ୍ରିଲ ୧୨ ତାରିଖରେ ଶେଷଥର ପାଇଁ ରାଜ୍ୟରେ ସଂକ୍ରମଣ ୨ ହଜାର ତଳେ ରହିଥିଲା । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଥିଲା । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଆଜି ପୁଣି ସଂକ୍ରମଣ ଦୁଇ ହଜାର ତଳକୁ ହ୍ରାସ ପାଇଛି । ଏହା ମଧ୍ୟରେ ଆଜି ପୁଣି ୧୬୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୫୫ ଓ ସ୍ଥାନୀୟ ଅଞ୍ଚଳରୁ ୬୯୩ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୩୦ ହଜାର ୪୧୮ ରହିଥିବା ବେଳେ ୨୦ ହଜାର ୩୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ କଟକ ଜିଲ୍ଲାରୁ ସର୍ବାଧିକ ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୭୭ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୩୫ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୫ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୧୩ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୦ ଜଣ, କେଉଁଝରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୩୦ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୩୫ ଜଣ, ମୟୁରଭଞ୍ଜରୁ ୭୭ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୩ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ୱଲପୁରରୁ ୨୪ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।