କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୭୦୩ ଜଣ ପଜିଟିଭ ଚିହ୍ନଟ
କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୭୦୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ଗତ ସାତଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୭୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୮୮ ଓ ସ୍ଥାନୀୟ ଅଞ୍ଚଳରୁ ୭୧୫ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୨ ହଜାର ୫୧୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୯ ହଜାର ୩୫୦ ରହିଥିବା ବେଳେ ୧୭ ହଜାର ୪୧୧ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୯ ଜଣ, ବାଲେଶ୍ୱରରୁ ୮୮ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୭୦ଜଣ, ବୌଦ୍ଧରୁ ୪, ବଲାଙ୍ଗୀରିରୁ ୩ଜଣ, କଟକରୁ ୨୪୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୫୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୫୧ ଜଣ, ଯାଜପୁରରୁ ୮୫ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୧୨ ଜଣ, କନ୍ଧମାଳରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୧୪୯ ଜଣ, କଳାହାଣ୍ଡିରୁ ୧୨ଜଣ, କେନ୍ଦୁଝରରୁ 28 ଜଣ, ଖୋର୍ଦ୍ଧାରୁ ୩୮୬ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୪୬ ଜଣ, ନୂଆପଡ଼ାରୁ ୩ , ପୁରୀରୁ ୧୩୯ ଜଣ, ରାୟଗଡ଼ାରୁ ୩୩ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧୦ , ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।




admin 