କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୦୭୦ ଜଣ ପଜିଟିଭ ଚିହ୍ନଟ
କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୦୭୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ମାସ ୧୪ ତାରିଖରୁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିବା ବେଳେ ୨ ହଜାର ତଳକୁ ଖସିବା ପାଇଁ ୨୮ ଦିନ ଲାଗିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଛି । ଏହା ମଧ୍ୟରେ ଆଜି ପୁଣି ୨୦୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୯୫ ଓ ସ୍ଥାନୀୟ ଅଞ୍ଚଳରୁ ୮୭୫ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୯ ହଜାର ୯୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୨୩ ହଜାର ୨୦୯ ରହିଥିବା ବେଳେ ୨୧ ହଜାର ୭୪୨ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୭ଜଣ, ବାଲେଶ୍ୱରରୁ ୧୭୬ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୬୬ଜଣ, ବଲାଙ୍ଗୀରରୁ ୭ଜଣ, ବୌଦ୍ଧରୁ ୧୧ଜଣ, କଟକରୁ ୩୧୯ଜଣ, ଦେବଗଡ଼ରୁ ୩ଜଣ, ଢେଙ୍କାନାଳରୁ ୪୪ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୯୭ ଜଣ, ଯାଜପୁରରୁ ୧୩୬ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧୨ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୭ଜଣ, କେଉଁଝରରୁ ୫୬ ଜଣ, ଖୋର୍ଦ୍ଧାରୁ ୪୪୬ ଜଣ, କୋରାପୁଟରୁ ୨୩ଜଣ, ମାଲକାନଗିରିରୁ ୨୦ ଜଣ, ମୟୁରଭଞ୍ଜରୁ ୮୧ଜଣ, ନବରଙ୍ଗପୁରରୁ ୧୧ ଜଣ, ନୟାଗଡ଼ରୁ ୫୯ ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୧୦ଜଣ, ରାୟଗଡ଼ାରୁ ୧୮ଜଣ, ସମ୍ୱଲପୁରରୁ ୧୬ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟ ପୁଲରୁ ୮୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।