କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୩୩୪ ଜଣ ପଜିଟିଭ ଚିହ୍ନଟ
କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୩୩୪ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଛି । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଗତ ସାତ ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଏହା ମଧ୍ୟରେ ଆଜି ପୁଣି ୨୩୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୯୯୨ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୭ ହଜାର ୪୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬ ହଜାର ୫୧୯ ରହିଥିବା ବେଳେ ୨୬ ହଜାର ୩୬୪ ଜଣ ଚିକିତ୍ସିତ ହେଉଛନ୍ତି ।
ଆଜି ୨୩୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୬୪ଜଣ, ବାଲେଶ୍ୱରରୁ ୧୬୪ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୨୧ଜଣ, ବଲାଙ୍ଗୀରରୁ ୬ଜଣ, ବୌଦ୍ଧରୁ ୧୩ଜଣ, କଟକରୁ ୩୭୧ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୪ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୧୦୧ ଜଣ, ଯାଜପୁରରୁ ୧୭୯ ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୯ଜଣ, କନ୍ଧମାଳରୁ ୨୯ ଜଣ, କେନ୍ଦ୍ରାପଡ଼ାରୁ ୧୯୬ଜଣ, କେଉଁଝରରୁ ୫୧ ଜଣ, ଖୋର୍ଦ୍ଧାରୁ ୩୮୦ଜଣ, କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୧୩ଜଣ, ମୟୁରଭଞ୍ଜରୁ ୧୦୪ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡ଼ରୁ ୯୪ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୦୬ଜଣ, ରାୟଗଡ଼ାରୁ ୩୮ଜଣ, ସମ୍ୱଲପୁରରୁ ୨୧ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୮୭ ଓ ଷ୍ଟେଟ ପୁଲରୁ ୭୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।