କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୮୦୩ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୮୦୩ ଜଣ ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୨୮୦୩ ଜଣ ପଜିଟିଭ ଚିହ୍ନଟ

 ଭୁବନେଶ୍ୱର:   ରାଜ୍ୟରେ ୨୮୦୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫୯୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ । ବାକି ୧୨୦୬ଟି ହେଉଛି ଲୋକାଲ୍ କେସ୍‌ । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୨୪,୬୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮,୯୦,୭୭୮ ଜଣ ସୁସ୍ଥ ହୋଇଛନ୍ତି ।  ଏବେ ବି ୨୯, ୬୨୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । 

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୭ଜଣ, ବାଲେଶ୍ୱରରୁ ୧୫୫ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୩୧ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧରୁ ୨୧ଜଣ, କଟକରୁ ୪୪୧ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୦ ଜଣ, ଗଞ୍ଜାମରୁ ୨୦ ଜଣ, ଜଗତସିଂହପୁରରୁ ୧୧୭ ଜଣ, ଯାଜପୁରରୁ ୧୫୩ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧୫ଜଣ, କନ୍ଧମାଳରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୧୧୯ଜଣ, କେଉଁଝରରୁ ୬୪ଜଣ, ଖୋର୍ଦ୍ଧାରୁ ୪୭୫ ଜଣ, କୋରାପୁଟରୁ ୬୫ଜଣ, ମାଲକାନଗିରିରୁ ୫୫ଜଣ, ମୟୁରଭଞ୍ଜରୁ ୧୯୩ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୧୧୫ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୪ଜଣ, ରାୟଗଡ଼ାରୁ ୫୪ଜଣ, ସମ୍ୱଲପୁରରୁ ୩୨ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୯୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।