କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ କରୋନା ନେଲା ୩୯ ଜଣଙ୍କ ଜୀବନ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ କରୋନା ନେଲା ୩୯ ଜଣଙ୍କ ଜୀବନ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ କରୋନା ନେଲା ୩୯ ଜଣଙ୍କ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ, ପୁରୀରୀ ଜଣେ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି ।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୯୩ ଜଣ, ବାଲେଶ୍ୱରରୁ ୨୫୧ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୧୬୯ ଜଣ, ବଲାଙ୍ଗୀରରୁ ୨୨ ଜଣ, ବୌଦ୍ଧରୁ ୨୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୭୩ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୨୫୮ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୧୦ ଜଣ, କେନ୍ଦୁଝରରୁ ୭୦ ଜଣ, କୋରାପୁଟରୁ ୭୬ ଜଣ, ମାଲକାନଗିରିରୁ ୭୩ ଜଣ, ମୟୁରଭଞ୍ଜରୁ ୧୫୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୬୦ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧୫ ଜଣ, ରାୟଗଡ଼ାରୁ ୭୭ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟ ପୁଲରୁ ୯୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।