କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୯୫ ହଜାର ଚିହ୍ନଟ

କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୯୫ ହଜାର ଚିହ୍ନଟ

କରୋନା ଦ୍ୱିତୀୟ ଲହର: ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୯୫ ହଜାର ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଆଜି ଦେଶରୁ ୨ ଲକ୍ଷ ୯୫ ହଜାର ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ ଘୋଷଣା କରାଯାଇଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୨ ଲକ୍ଷ ୯୫ ହଜାର ୪୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୨୦୨୩ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ ରେ ପହଂଚିଛି । ଦେଶରେ ୨୧ ଲକ୍ଷ ୫୭ ହଜାର ୫୩୮ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୩୨ ଲକ୍ଷ ୭୬ ହଜାର ୩୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୩ କୋଟି ୦୧ ଲକ୍ଷ ୧୯ ହଜାର ୩୧୦ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।