କରୋନା ଦ୍ୱିତୀୟ ଲହରୀ: ଦେଶରେ ପୁଣି ଦୈନିକ ସଂକ୍ରମଣ ୪ ଲକ୍ଷ ଟପିଲା
କରୋନା ଦ୍ୱିତୀୟ ଲହରୀ: ଦେଶରେ ପୁଣି ଦୈନିକ ସଂକ୍ରମଣ ୪ ଲକ୍ଷ ଟପିଲା
admin
May 8, 2021 - 04:35
Updated: May 8, 2021 - 04:35
ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆଜି ଦେଶରୁ ୪ ଲକ୍ଷ ୧ ହଜାର ୦୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ରାଜ୍ୟରେ ଲକଡାଉନ ଲାଗିଛି । ଆଜି ଆମ ଦେଶରେ ଗୋଟିଏ ଦିନରେ ୪ ଲକ୍ଷ ୧ ହଜାର ୦୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୪୧୮୭ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୧୮ ଲକ୍ଷ ୯୨ ହଜାର ୬୭୬ ରେ ପହଂଚିଛି । ଦେଶରେ ୩୭ ଲକ୍ଷ ୨୩ ହଜାର ୪୪୬ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୭୯ ଲକ୍ଷ ୩୦ ହଜାର ୯୨୦ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୬ କୋଟି ୭୩ ଲକ୍ଷ ୪୬ ହଜାର ୫୪୪ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।