କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର । କମିଟି ଗଠନ ସଂପର୍କରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ବିଶିଷ୍ଟ ଚିକିତ୍ସା ବିଜ୍ଞାନୀ ଡାକ୍ତର ଶ୍ରୀନାଥ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି । କମିଟିରେ ବହୁ ବରିଷ୍ଠ ଡାକ୍ତର, ବୈଜ୍ଞାନିକ ସଦସ୍ୟ ଅଛନ୍ତି । ଯେପରି ଡାକ୍ତର ଦେବୀ ସେଟ୍ଟୀ, ରମାକାନ୍ତ ପଣ୍ଡା, ଡିଏମଇଟି ଆବାହକ କମିଟିରେ ରହିଛନ୍ତି । କମିଟି ରାଜ୍ୟରେ କରୋନା ପରିଚାଳନା ନେଇ ପରାମର୍ଶ ଦେବେ । ଟିକାକରଣ, ପରବର୍ତୀ ଲହର ସମ୍ଭାବନା ସମ୍ଭାବନା ବିଷୟରେ ପରାମର୍ଶ ଦେବେ । କମିଟିର ପରାମର୍ଶ ଅନୁସାରେ ରାଜ୍ୟ ସରକାର ପଦକ୍ଷେପ ନେବେ । କମିଟି ଯେଉଁ ପରାମର୍ଶ ଦେବେ, ତାହା ଶୀଘ୍ର କାର୍ଯ୍ୟକାରୀ କରାଯିବ । ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ସଂପର୍କରେ ମଧ୍ୟ ସୂଚନା ଦେଇଛନ୍ତ ମୁଖ୍ୟ ସଚିବ । ୩.୮ କୋଟି ଟିକା କିଣିବାକୁ ଟେଣ୍ଡର ଡକାଯାଇଛି । ୪ ମାସ ମଧ୍ୟରେ ସମସ୍ତ ସପ୍ଲାଇ ଦେବାକୁ କୁହାଯାଇଛି । ସଫଳ ବିଡିଂ ହେଲେ ମେ ୨୮ ପରେ ଆମେ ଟିକା କିଣିପାରିବା ବୋଲି ମୁଖ୍ୟ ସଚିବ କହିଛନ୍ତି ।