କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ , ଜଣେ ମୃତ

କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ , ଜଣେ ମୃତ

କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ , ଜଣେ ମୃତ
କେନ୍ଦୁଝର: କେନ୍ଦୁଝର ତେଲକୋଇ କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ । ଦୁର୍ଘଟଣାରେ ୨୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଆହତ ଯାତ୍ରୀଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନା ଅନୁସାରେ, କେନ୍ଦୁଝର ଜିଲ୍ଲା ଢେଙ୍କିକୋଟରୁ ରାଉରକେଲା ଯାଉଥିବା ବେଳେ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି ।ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସରେ ମୋଟ ୪୫ ଜଣ ଯାତ୍ରୀ ଥିବା ସୂଚନା ମିଳିଛି ।