କୁହୁଡ଼ି, ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ

କୁହୁଡ଼ି, ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ

କୁହୁଡ଼ି, ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବ । ବଙ୍ଗୋପସାଗର ଆଖପାଖ ଅଞ୍ଚଳ ତଥା ଓଡ଼ିଶା ଉପରେ ବର୍ତ୍ତମାନ ଏକ ଗୁରୁଚାପ ବଳୟ ରହିଛି । ଏହା ପ୍ରଭାବରେ ବାୟୁମଣ୍ଡଳ ଏବେ ଶାନ୍ତ ରହିଥିବା ବେଳେ ଆକାଶ ନିର୍ମଳ ରହିଛି । ଏଣେ ବାୟୁମଣ୍ଡଳରେ ପ୍ରଚୁର ପରିମାଣରେ ଜଳୀୟ ବାଷ୍ପ ଥିବାରୁ ରାଜ୍ୟରେ ଘନ କୁହୁଡ଼ି ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି । ଏହି ଗୁରୁଚାପ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡିବାର ସମ୍ଭାବନା ରହିଥିବା ବେଳେ ଉପକୂଳ ଜିଲ୍ଲା ଗୁଡ଼ିକରେ ଘନ କୁହୁଡ଼ି ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏ ନେଇ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟାରେ ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଆଦି ୮ ଟି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ଥିବାରୁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।