କେନ୍ଦୁଝରରୁ କ୍ୟାପିଟାଲ, ରାଇମୋହନଙ୍କ ଯାତ୍ରା

କେନ୍ଦୁଝରରୁ କ୍ୟାପିଟାଲ, ରାଇମୋହନଙ୍କ ଯାତ୍ରା

କେନ୍ଦୁଝରରୁ କ୍ୟାପିଟାଲ, ରାଇମୋହନଙ୍କ ଯାତ୍ରା

ଭୁବନେଶ୍ୱର: ଓଲିଉଡ ଜଗତକୁ ଶକ୍ତ ଝଟକା ।   ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ଝୁଲନ୍ତା ଅବସ୍ଥାରେ ଅଭିନେତା ରାଇମୋହନ ପରିଡ଼ାଙ୍କ  ମୃତଦେହ ମିଳିଛି।  ତେବେ ସେ ହଠାତ୍‌ କାହିଁକି ଏପରି ଚରମ ପଦକ୍ଷେପ ଉଠାଇଲେ ତାହାର କାରଣ ଜଣାପଡ଼ିନି। ପୁଲିସ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।  

ରାଇମୋହନ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ସେ ଦୀର୍ଘ ବର୍ଷ ଧରି ଫିଲ୍ମ  ଜଗତ ସହ ଜଡ଼ିତ ଥିଲେ। କେତେବେଳେ ଖଳନାୟକ ରୋଲ୍‌ରେ ତାଙ୍କ ଡାଏଲଗ ଦର୍ଶକଙ୍କ ହୃଦସ୍ପନ୍ଦନ ବଢ଼ାଇ ଦେଉଥିବା ବେଳେ କେତେବେଳେ ଇମୋସନାଲ ରୋଲରେ ଆଖିରେ ଲୁହ ନେଇ ଆସୁଥିଲେ। ଫିଲ୍ମ ସହ ଯାତ୍ରାରେ ବି ଅଭିନୟ କରି ନିଜ ସ୍ୱତନ୍ତ୍ର ଛାପ ସେ ଛାଡ଼ି ଯାଇଛନ୍ତି।

୧୯୬୩ ମସିହାରେ ରାଇମୋହନ ପରିଡ଼ା ଜନ୍ମ ହୋଇଥିଲେ। ତାଙ୍କ ଘର କେନ୍ଦୁଝର ଜିଲ୍ଲାରେ। କରଞ୍ଜିଆ କଲେଜରେ ପାଠପଢ଼ା ଶେଷ କରିବା ପରେ ସେ ଭୁବନେଶ୍ୱର ସ୍ଥିତ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ନାମ ଲେଖାଇଥିଲେ। ସେ ଏଠାରେ ନାଟକ ବିଭଗର ଛାତ୍ର ଥିଲେ। ସେ ଅଭିନୟରେ ତାଲିମ ନେଇଥିଲେ।

ରାଇମୋହନ ପରିଡ଼ା ୯୦ଟି ଓଡ଼ିଆ ଚଳଚ୍ଚିତ୍ରରେ କାମ କରିବା ସହିତ ୧୫ଟି ବଙ୍ଗଳା ଫିଲ୍ମରେ କାମ କରିଛନ୍ତି। ସେ ୪୦ରୁ ଅଧିକ ନାଟକରେ ଅଭିନୟ କରିଥିବା ବେଳେ ଯାତ୍ରାରେ ମଧ୍ୟ କାମ କରିଛନ୍ତି।

୧୯୮୫ରେ ସେ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ୧୯୮୭ରେ ସେ ସାଗର ଫିଲ୍ମରେ ପ୍ରଥମେ ନେଗେଟିଭ୍ କ୍ୟାରେକ୍ଟରେ ଅଭିନୟ କରିଥିଲେ। ସେ ‘ସତମିଛ’, ‘ରାମଲକ୍ଷ୍ମଣ’, ‘ଆସିବୁ କେବେ ସାଜି ମୋ ରାଣୀ’, ‘ନାଗପଞ୍ଚମୀ’, ’ଉଦଣ୍ଡୀସୀତା’, ‘ତୁ ଥିଲେ ମୋ ଡର କାହାକୁ’, ‘ରଣଭୂମି’, ’ମେଣ୍ଟାଲ ଟୋକା’, ‘ସିଂହବାହିନୀ’, ‘କୁଳନନ୍ଦନ’, ‘କଣ୍ଢେଇ ଆଖିରେ ଲୁହ’, ‘ତୁ ଥିଲେ ମୋ ଡର କାହାକୁ’, ‘କୋଟିଏ ମଣିଷ, ଗୋଟିଏ ଜଗା’ ଭଳି ଅନେକ ଫିଲ୍ମରେ ସେ ଅଭିନୟ କରିଛନ୍ତି।