ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କରୋନା

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କରୋନା

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ କରୋନା
ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ ମନ୍ତ୍ରୀ କରୋନା ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ନେଇ ସୂଚନା ମିଳିଛି । କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ନେଇ ମନ୍ତ୍ରୀ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ ସେ ଲକ୍ଷଣ ବିହୀନ ଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ହୋମ ଆଇସୋଲେସନରେ ରହିଥିବା ଜଣାପଡିଛି । ପ୍ରକାଶ ଯେ, ରାଜ୍ୟରେ କରୋନା ମହାମାରୀ ଏବେ କିଛି ଶୁଣୁନାହିଁ । ରାଜ୍ୟରେ ପରିସ୍ଥିତି ଏପରି ହେଲାଣି ଯେ, ସଂକ୍ରମଣ ଦିନ କେଇଟାରେ ସବୁ ଅଙ୍କକୁ ଓଲଟପାଲଟ କରିଦେଇଛି । ପୂର୍ବରୁ ଜଣେ ଆକ୍ରାନ୍ତ ବାହାରିଲେ ତା’ର ଠିକଣା ଖୋଜି ଲୋକେ ତୁଣ୍ଡରେ ଘୋଷି ଦେଉଥିଲେ । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ଗଣି ହେଉନାହିଁ । ସବୁଠାରୁ ବଡ଼ କଥା ହେଲା ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି । ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ୟ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ ।